ବିଇଓ ପ୍ରଶନ କୁମାର ବେହେରା ଗଞ୍ଜାମ ଜିଲ୍ଲାରେ ଶ୍ରେଷ୍ଠ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଓ ରାଷ୍ଟ୍ରୀୟ କିଶୋରୀ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଅବଦାନ ପାଇଁ ବେଲଗୁଣ୍ଠା, ବୁଗୁଡା ଓ ସୋରଡ଼ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ ( ବିଇଓ ) ପ୍ରଶନ କୁମାର ବେହେରା ଙ୍କୁ ଗଞ୍ଜାମ ଜିଲ୍ଲାର ଶ୍ରେଷ୍ଠ ବିଇଓ ଭାବେ ଜିଲ୍ଲା ସ୍ତରୀୟ ଉତ୍ସବରେ ପୁରସ୍କୃତ କରାଯାଇଛି । ବ୍ରହ୍ମପୁର ଟାଉନ ହଲରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବେଳେ ଗଞ୍ଜାମ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଉମା ଶଙ୍କର ମିଶ୍ର ଅଧ୍ୟକ୍ଷତା କରିଥିଲେ। ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀ ବିନିତା ସେନାପତିଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତିନି ବ୍ଲକର ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମରେ ବିଇଓ ପ୍ରଶନ କୁମାର ବେହେରା ଗଞ୍ଜାମ ଜିଲ୍ଲାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି ଜିଲ୍ଲାପାଳ ଶ୍ରୀ କୁଲାଙ୍ଗେ ଙ୍କ ଠାରୁ ସିଲଡ଼ ଓ ମାନପତ୍ର ଗ୍ରହଣ କରିଥିଲେ। ବିଇଓ ଶ୍ରୀ ବେହେରା ଜଣେ ମେଳାପୀ ବ୍ୟକ୍ତି ସହ ଉତ୍ତମ ଜନସମ୍ପର୍କ ରଖିଥିବା ଯୋଗୁଁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିବାରେ ସଫଳ ହୋଇପାରୁଛନ୍ତି। ବିଭିନ୍ନ ମହଲରୁ ଶ୍ରୀ ବେହେରାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ