ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସାମାଜିକସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣବିଭାଗ ପକ୍ଷରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡିଶା ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଗାବରା ତିରୁପତି ରାଓ,ଅଧକ୍ଷା ,ପୌରପରିଷଦପାରଳାଖମୁଣ୍ଡି ଶ୍ରୀମତୀ ନିର୍ମଳା ସେଠୀ, ଉପାଧ୍ୟକ୍ଷ ପୌରପରିଷଦ ମଧୁ ଲେଙ୍କା , ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ,ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା , ନିର୍ବାହୀ ଅଧିକାରୀ, ପାରଳାଖେମୁଣ୍ଡି ଜୁବୁଲି ଚରଣ ବେହେରା ମଞ୍ଚାସିନ ଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପ୍ରଥମେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟର ଶୁଭାରମ୍ଭ କରିଥିଲେ । ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରାଦୁଇ ଗୋଟି ନାମ ପଞ୍ଜୀକରଣ ପ୍ରକୋଷ୍ଠ ଖୋଲାଯାଇ ପୁରୁଷ-୧୪୮, ମହିଳା ୧୫୭ ମୋଟ ୩୦୫ ଜଣଙ୍କର ନାମ ପଞ୍ଜୀକରଣ କରଯାଇଥିଲା । ମଞ୍ଚାସୀନ ଅତିଥିମାନେ ପୁଷ୍ପ ଗୁଚ୍ଛ ଦେଇ ବରିଷ୍ଠ ନାଗରିକମାନଙ୍କୁ ସମ୍ମାନିତ କରିଥିଲେ । ଏଠାରେ ୮ ଗୋଟି ପ୍ରକୋଷ୍ଠ ରୁ ୫ ଗୋଟି ଚିକିତ୍ସା ଅଧିକାରୀ ମାନଙ୍କ ନିମନ୍ତେ ଓ ତିନୋଟି ଔଷଧ Pathology & Physiotherapy ରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ସରକାରଙ୍କ ନିରାମୟ ଔଷଧ ମାଗଣାରେ ବଣ୍ଟନ କରଯାଇଥିଲା । ମଞ୍ଚାସୀନ ସମସ୍ତ ଅତିଥିବୃନ୍ଦ ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ସରକାରଙ୍କର ବିଭିନ୍ନ ଯୋଜନା ଓ ସୁବିଧା ସୁଯୋଗ ରହିଅଛି ତାହା ଅତି ପ୍ରାଞ୍ଜଳ ଭାବରେ ପ୍ରକାଶ କରିଥିଲେ । ମଞ୍ଚାସୀନ ଅତିଥିମାନଙ୍କ ଦ୍ଵାରା ୧୦ ଜଣ ବରିଷ୍ଠ ନାଗରିକ ମାନଙ୍କୁ ଉପଡୋକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ