ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ପୈାରାଞ୍ଚଳର ୯ ଏବଂ ୧୦ନମ୍ବର ୱାର୍ଡର ମାଧପୁର ଓ ସାନ୍ତସାହି ଗ୍ରାମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀମାନଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ଜିଲ୍ଲା ବିଜେଡି ଉପସଭାପତି ତଥା ବରିଷ୍ଠ ଆଇନଜୀବୀ ଦେବଦାସ ମହାନ୍ତି ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ ।