ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମିଶନ ଶକ୍ତି ଏସ୍‌ଏଚ୍‌ଜି ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରିଶିକ୍ଷଣ ଶିବିର

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମିଶନ ଶକ୍ତି ଏସ୍‌ଏଚ୍‌ଜି ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜିଲ୍ଲା ଜାତୀୟ ସ୍ୱାସ୍ଥ୍ୟ ମିଶନର ପ୍ରକଳ୍ପ ପରିଚାଳିକା ସୌମ୍ୟାରାଣୀ ଗୌଡ, ମିଶନ ଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ରଶ୍ମିରଂଜନ ସେଠୀ ପ୍ରମୁଖ ଉପସ୍ଥିଥିଲେ । ମୁଖ୍ୟ ଅତିଥି ଏହି ଶିବିରରେ ଯୋଗଦେଇଥିବା ମିଶନ ଶକ୍ତି ବ୍ଲକସ୍ତରୀୟ ମହାସଂଘର ସଦସ୍ୟମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପକାରିତା ଓ ସ୍ମାର୍ଟ କାର୍ଡର ବ୍ୟବହାର ଉପରେ ଆଲୋକପାତ କରିବା ସହ ଏହାର କାର୍ଯ୍ୟକାରିତା କିଭଳି ପ୍ରତ୍ୟେକ ଜନସାଧାରଣଙ୍କ ନିକଟରେ ପହଞ୍ଚିପାରିବ ସେ ବିଷୟରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ବିଏସ୍‌କେୱାଇର ଜିଲ୍ଲା ସଂଯୋଜକ ବିଏସ୍‌କେୱାଇ ସ୍ମର୍ଟକାର୍ଡ ଉପରେ ତାଲିମ ଦେଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ବ୍ଲକ, ସମସ୍ତ ପଞ୍ଚାୟତ ଓ ୧୬୧୮ ଗ୍ରାମରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କ ମାଧ୍ୟମରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ କର୍ମକର୍ତ୍ତା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ମିଶନ ଶକ୍ତିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ରଶ୍ମିରଂଜନ ସେଠୀ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ