ବିଜେଡିରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ଅନୁପ ସାଏ

ଭୁବନେଶ୍ୱର- ଛତିଶଗଡ଼ ପୋଲିସ ଦ୍ୱାରା ଅଟକ ରଖାଯିବା ପରେ ଦଳରୁ ବହିଷ୍କୃତ ହେଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଅନୁପ ସାଏ । ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିବା ସହ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ପଦରୁ ମଧ୍ୟ ବିଦା କରିଥିବା ଜଣାପଡିଛି । ଗିରଫ ହେବା ପରେ ଅନୁପ କୁମାର ସାଏଙ୍କୁ ଛତିଶଗଡ଼ର ଚକ୍ରଧର ନଗର ଥାନାରେ ରଖି ପୁଲିସ୍ ପଚରାଉଚରା କରୁଥିବା ଜଣାଯାଇଛି । ମିଳିଥିବା ସୂଚନା ଅନୁସାରେ ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଚକ୍ରଧରନଗର ଥାନା ପୁଲିସ୍ ଗତକାଲି ରାତିରେ ବ୍ରଜରାଜ ନଗରର ଶିରିଡ଼ିସାଇ ମନ୍ଦିର ନିକଟରୁ ଅନୁପ କୁମାର ସାଏଙ୍କୁ ଉଠାଇ ନେଇଥିଲା। ଅନୁପଙ୍କୁ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଉଠାଇ ନେଇ ପୁଲିସ୍ ପଚରାଉଚୁରା ପରେ ଗିରଫ କରିଥିବା ଜଣାଯାଇଛି। ସୂଚନାଯୋଗ୍ୟ, ୨୦୧୬ରେ ବ୍ରଜରାଜ ନଗରର ଜନୈକ ମହିଳା କଳ୍ପନା ଦାସ(୩୨) ଏବଂ ତାଙ୍କ ଝିଅ ବବଲି ଦାସ(୧୫)ଙ୍କୁ ହତ୍ୟା କରାଯାଇଥିଲା। ଛତିଶଗଡ଼ର ରାୟଗଡ଼ ଜିଲ୍ଲାର ଏକ ଜଙ୍ଗଲରେ ପୁଲିସ୍ ଉଭୟଙ୍କର ଶବ ଜବତ କରିଥିଲା। ଏହି ଘଟଣାରେ ଛତିଶଗଡ଼ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହାପରେ ତତ୍କାଳୀନ ସ୍ଥାନୀୟ ବିଜେପି ବିଧାୟକ ରାଧାରାଣୀ ପଣ୍ଡା ବି ଏହି ଘଟଣାରେ ଅନୁପ କୁମାର ସାଏ ସମ୍ପୃକ୍ତ ଥିବା ଅଭିଯୋଗ ଆଣି ତାଙ୍କର ଗିରଫ ଦାବି କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ