ବିଜେଡିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

ବୁଗୁଡା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମ ପାଞ୍ଚାୟତର ଡେଙ୍ଗାବାଡି ଗ୍ରାମରେ ଜାନୁଆରୀ ୨୩ ତାରିଖ ଦିନ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବାସହ ମିଶ୍ରଣ ପର୍ବ ହୋଇଥବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା ଅଧ୍ୟକ୍ଷତା କରିଥିବା ବେଳେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି କର୍ମୀ ସମ୍ମିଳନୀରେ ବୁଗୁଡା ବ୍ଲକରେ ବିଜେଡି କୁ ଆହୁରି ସୁଦୃଢ କରିବାପାଇଁ ଆଲୋଚନା ହୋଇଥିବା ବେଳେ ତାକରଡ଼ା ପାଞ୍ଚାୟତର ପୂର୍ବତନ ସରପଞ୍ଚ ରେବତୀ ପ୍ରଧାନଙ୍କ ସମେତ ୭୦ ପରିବାରର ମୁରବୀମାନେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ । ବିଧାୟକ ଶ୍ରୀକାନ୍ତ ସାହୁ ସେମାନଙ୍କୁ ପୁଷ୍ପମାଲ୍ୟ ଓ ଦଳୀୟ ଉତରୀୟ ପ୍ରଦାନ କରି ସ୍ୱାଗତ କରିଥିଲେ। ପ୍ରକାଶ ଥାଉକି ବିଜେଡ଼ିରେ ସାମିଲ ହୋଇଥିବା ସମସ୍ତ ପରିବାର ବିଜେପି ରାଜ୍ୟ କାର୍ଯ୍ୟକାରିଣୀର ଜଣେ ସଦସ୍ୟଙ୍କ ଦୃଢ଼ ସମର୍ଥକ ଥିବାବେଳେ ବିଜେପି ତ୍ୟାଗକରି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଭାବମୂର୍ତ୍ତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଏବଂ ମାନ୍ୟବର ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଜନ ସମ୍ପର୍କ ଓ ଅଞ୍ଚଳର ଉନ୍ନତି ପାଇଁ ନେଉଥିବା ପଦକ୍ଷେପକୁ ପାଥେୟ କରି ବିଜୁ ଜନତା ଦଳରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମୀ ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ଖଟେଇ, ଗୋପାଳ ଚନ୍ଦ୍ର ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ବେହେରା,ବିଜେଡି କାର୍ଯ୍ୟକାରୀ ସଭାପତି ଖଦାଳ ଖଟେଇ,ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ, ଦଳୀୟ କର୍ମକର୍ତ୍ତା ଓ ବହୁ ଦଳୀୟ କର୍ମୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ