ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ରଣଜିତ ପଞ୍ଚାୟତ ଠାରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ସୁଜାତା ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁମତି ସେଠୀ, ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ଜିଲ୍ଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ଯୁବନେତା ଶୁଶାନ୍ତ ମଲ୍ଲିକ ପ୍ରମୁଖ ଯୋଗଦେଇ ନବୀନ ସରକାରଙ୍କ ବିଭିନ୍ନ ଜନ ହିତକାରୀ କାର୍ଯ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ। ସେହିଭଳି ବନ୍ଦାଳୋ-ମଢ଼ିଆଳି ପଞ୍ଚାୟତ ଠାରେ ସରପଞ୍ଚ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ଜିଲ୍ଲା ପରିଷଦ ସଭ୍ୟ ବଦ୍ରିନାରାୟଣ ରାଉତ, ସମବାୟ ସମିତି ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ପଞ୍ଚାୟତ ବିଜେଡି ସଭାପତି ନରେନ୍ଦ୍ର ପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ପଦଯାତ୍ରାରେ ବହୁ ମହିଳା ଓ ପୁରୁଷ ଯୋଗ ଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ