ବିଜେଡି ଛାଡି ବିଜେପିରେ ସାମିଲ ହେଲେ ତେଜେଶ୍ୱର

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଭାରତୀୟ ଜନତା ପାର୍ଟିର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେଡିର ପୂର୍ବତନ ରାଜ୍ୟ ପ୍ରବକ୍ତା, ଓଡିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ତେଜେଶ୍ୱର ପରିଡା ଏବଂ ଆଳିର ବିଶିଷ୍ଟ ଶିକ୍ଷାବିତ, ବିଜେଡିର ତୁଙ୍ଗନେତା କନିକା ଏସ.ଏନ. କଲେଜର ଅଧ୍ୟକ୍ଷ ବୈକୁଣ୍ଠନାଥ ପରିଡା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ସଦସ୍ୟମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇ ଚାଲିଛି ଏବଂ ଆଗାମୀ ଦିନରେ ଓଡିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହପ୍ରଭାରୀ ବିଜୟପାଲ ସିଂତୋମର, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ମୁଖପାତ୍ର ଡଃ. ଯତୀନ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, କିଶୋର ପଣ୍ଡା, କୃଷ୍ଣଚନ୍ଦ୍ର ପଣ୍ଡା ଓ ବ୍ରଜେଶ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ