ବିଜେଡି ପକ୍ଷରୁ ୨୭ ତମ ପ୍ରତିଷ୍ଠା ଦିବସ ପାଳିତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ପୌର ଓ ବ୍ଳକ ପକ୍ଷରୁ ମଙ୍ଗଳବାର ବିଜୁ ଜନତା ଦଳ ପକ୍ଷରୁ ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପୌରାଞ୍ଚଳ ଯୁବ ବିଜେଡି ସଭାପତି ସଞ୍ଜୟ କୁମାର ପଣ୍ଡାଙ୍କ ତତ୍ତ୍ଵାବଧାନରେ ବହୁ ଦଳୀୟ କର୍ମୀ ସ୍ଥାନୀୟ ପୌରାଞ୍ଚଳ ବଇଁଚବଣିଆ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ। ସହରର ବିଜୁପଟ୍ଟନାୟକ ଛକ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ପହଞ୍ଚି ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଲ୍ୟାଣ ମଣ୍ଡପ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା। ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସହ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ ଓ ରାଜ୍ୟବାସୀଙ୍କ ପ୍ରତି ରାଜ୍ୟ ସରକାରଙ୍କ ବହୁ ଉନ୍ନୟନମୂଳକ ଯୋଜନା ସମ୍ପର୍କରେ ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ। ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ସହ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଆସନ ଅଳଙ୍କୃତ କରିବା ପାଇଁ ହିଞ୍ଜିଳି ବାସୀଙ୍କୁ ଆହ୍ବାନ ଦେଇଥିଲେ। । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଶିବରାମ ଗୌଡ, ବ୍ଳକ ବିଜେଡି ସଭାପତି ସୁରେନ୍ଦ୍ର ପ୍ରଧାନ, ଓଡ଼ିଶା ମୋ ପରିବାର ସମ୍ପାଦକ ନିଳମଣି ପଟ୍ଟନାୟକ, ପ୍ୟାରୀମୋହନ ପାଢି, କିରଣ ପଟ୍ଟନାୟକ, ବିଭୁପ୍ରସାଦ ପଣ୍ଡା, ବସନ୍ତ ବେହେରା, ଡି. ବିଶ୍ବନାଥ, ପ୍ରଦୀପ କୁମାର ପଣ୍ଡା, ଯୁଧିଷ୍ଠିର ସ୍ବାଇଁ, ଅରୁଣ ସାବତ, ସଞ୍ଜୟ ସ୍ବାଇଁ, ମାନସ ରଞ୍ଜନ ବେହେରା, କୋରାମଣି ରାଉଳ, ରଞ୍ଜନ ପ୍ରଧାନ, ଶ୍ୟାମଘନ ବେହେରା, ଗୋପବନ୍ଧୁ ବେହେରା, ଅମୂଲ୍ୟ ସାହୁ, ରବି ଦାସ, କାଳିଆ ବେହେରା, ଜିତେନ୍ଦ୍ର ସ୍ବାଇଁ, ସାଗର ଦାସ, ଲିପୁ ଦାସ, କାହ୍ନୁ ଚୌଧୁରୀ, ଅଜିତ ସୁବୁଦ୍ଧିଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ, ଯୁବ ବିଜେଡି, ଛାତ୍ର ବିଜେଡି, ମହିଳା ବିଜେଡି କର୍ମକର୍ତ୍ତାଙ୍କ ସହ ସହସ୍ରାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ।


