ବିଜେଡି ପାଳିଲା ବିଜୁ ଜୟନ୍ତୀ : ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା ଶେରଗଡ଼

ଶେରଗଡ଼, (ବିଭୁ ପ୍ରସାଦ ଦାସ) :ଶେରଗଡ଼ ସାରା ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତି ନିର୍ବାଚନ ମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଉଛି । ବିଜୁ ବାବୁ ହେଉଛନ୍ତି ଓଡ଼ିଶା ସଫଳ ବିକାଶ ଯାତ୍ରାର ମହାନାୟକ । ତାଙ୍କରି ଆଦର୍ଶକୁ ଆଧାର କରି ବିଜେଡି ରାଜ୍ୟର ବିକାଶ ଯାତ୍ରା ଜାରି ରଖିଛି ।ଆଜି ମୁଖ୍ୟମନ୍ତ୍ରୀ ଙ୍କ ନିର୍ବାଚନ ମଣ୍ଡଳୀ ଶେରଗଡ଼ ବ୍ଲକ ର ସବୁ ନେତା ଓ କର୍ମୀଙ୍କ ମିଳିତ ହୋଇ ବିଜୁ ପଟ୍ଟନାୟକ ଛକ ଠାରେ ଶତାଧିକ ବିଜେଡି କର୍ମୀ ଏକ ବିଶାଳ ରାଲ୍ଲୀ କରି ବିଜୁ ମୂର୍ତ୍ତି ଉପରେ ଫୁଲ ମାଲ ପକାଇ ପାଳନ କରିଥିଲେ।ପ୍ରଶାସନକୁ ସ୍ୱଚ୍ଛ କରିବାକୁ ୫-ଟି ଓ ମୋ ସରକାର ଭଳି ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର । ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ବିଜେଡ଼ି ସଭାପତି ଶରତ ଚନ୍ଦ୍ର ପାତ୍ର, ଯୁବ ବିଜେଡ଼ି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ,୫୬ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ପାଣିଗ୍ରାହୀ, ୫୭ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ନିବେଦିତା ପ୍ରଧାନ,୫୮ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ମନୋରମା ପୋଲାଇ,ବରିଷ୍ଠ ବିଜେଡି ନେତା ହୃଷିକେଶ ପାଢ଼ୀ ଙ୍କ ସମେତ ବ୍ଲକ ର ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇ ଥିଲେ । ବିଜୁ ବାବୁଙ୍କ ଜନ୍ମ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରିବ ଦଳ । ମହିଳା ସଶକ୍ତିକରଣ ପାଇଁ ବିଜୁ ଜନତା ଦଳର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ