ବିଜେଡି ର ଜନସମ୍ପର୍କ ପଦଯାତ୍ରା

ନିମାପଡ଼ା, (ସନ୍ତୋଷ ଦାଶ):ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା। ରବିବାର ଦିନ ପୁରୀ ଜିଲ୍ଲା କାକଟପୁର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଅସ୍ତରଙ୍ଗ ବିଜେଡ଼ି କାର୍ଯ୍ୟାଳୟ ଠାରୁ ଏହି ପଦଯାତ୍ରା କାକଟପୁର ବିଧାୟକ ତଥା ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା,ପୁରୀ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ସ୍ୱାଧୀନ କୁମାର ନାୟକଙ୍କ ନେତୃତ୍ୱ ରେ ଅନୁଷ୍ଠିତ ହୋଇଥିଲା । ଅକ୍ଟୋବର ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପଦଯାତ୍ରା କାକଟପୁର ନିର୍ଵାଚନ ମଣ୍ଡଳୀର ସମସ୍ତ ପଞ୍ଚାୟତ ରେ କରାଯାଇ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣ ଯୋଜନା ସମ୍ପର୍କ ରେ ଜନସାଧାରଣ ଙ୍କୁ ସଚେତନ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ପ୍ରକାଶ କରିଥିବା ବେଳେ ବିଜେଡ଼ି ସରକାର ର ସଫଳତା କିଭଳି ସାଧାରଣ ଜନତାଙ୍କ ପାଖରେ ପହଁଚିବା ସହ ଯୁବ ସମାବେଶ , ମହିଳା ସମାବେଶ ,ବୃକ୍ଷରୋପଣ ,ରକ୍ତଦାନ ଶିବିର, ଜୋନ ସ୍ତରୀୟ ତାଲିମ ଶିବିର ଆୟୋଜନ କରାଯିବ ବୋଲି ଜିଲ୍ଳା ପରିଷଦ ଉପାଧ୍ୟକ୍ଷ ଶ୍ରୀ ନାୟକ ପ୍ରକାଶ କରିଛନ୍ତି। ୧ ନଂ ଜୋନ ରେ ଅନୁଷ୍ଠିତ ଆଜି ର ପଦଯାତ୍ରା ରେ ଶତାଧିକ ବିଜେଡି ମହିଳା ଓ ପୁରୁଷ କର୍ମୀ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ