ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ଛତ୍ରପୁର, (ଦେବଦତ୍ତ ମହାରଣା) :-ଭାରତୀୟ ଜନତା ପାର୍ଟିର ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ପୁତିଗୋପାଳପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜେପି ଅନୁସୂଚିତ ଜାତିି ମୋର୍ଚ୍ଚାର ରାଜ୍ୟ ସଭାପତି ବିଭୁ ପ୍ରସାଦ ତରେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ସାଧାରଣ ସମ୍ପାଦକ ରାଘବ ମଲ୍ଲିକ, ସଂଯୋଜକ ଡଃ ରବି ନାରାୟଣ ବେହେରା, ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲ୍ଲା ସଭାପତି ବିଭୂତି ଜେନା, ଅନୁସୂଚିତ ଜାତି ମୋର୍ଚ୍ଚା ଗଂଜାମ ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର କର, ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଲିଗାଲ କନଭେନର ପ୍ରଦୀପ କୁମାର ପାଢୀ, ଜିଲ୍ଲା ସାଧାରଣ ସମ୍ପାଦକ ସୁରେନ୍ଦ୍ର ସେଠୀ ଓ ସରୋଜ ଦାସ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାକୁ ସୁଦୃଢ କରିବା ପାଇଁ ଏହି ବୈଠକରେ ଆଲୋଚନା ହୋଇଥିଲା । ଏହା ସହ ଅନୁସୂଚିତ ଜାତି ଲୋକଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ଗୁଡିକୁ ଲୋକଙ୍କ ନିକଟରେ ପହଂଚାଇବା ପାଇଁ ଦଳ ପକ୍ଷରୁ ପ୍ରଚାର ପ୍ରସାର କରିବା ପାଇଁ ଆଲୋଚନା ହୋଇଥିଲା । ଶେଷରେ ସାଧାରଣ ସମ୍ପାଦକ ସରୋଜ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।


