ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ନିର୍ବାଚନୀ ସଭା

ବନ୍ତ, (ଚାନ୍ଦିନୀ ମହାନ୍ତି):ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ବନ୍ତସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ଡ.ସୁଧାଂଶୁ ଶେଖର ନାୟକ ଓ ଭଦ୍ରକ ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ପାଇଁ ଏକ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି । ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ସଂଯୋଜକ ଶଙ୍କର୍ଷଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୋର୍ଚ୍ଚାର ରାଜ୍ୟ ସଭାପତି ମହେଶ୍ୱର ସାହୁ ଯୋଗ ଦେଇ ନିର୍ବାଚନ ମଣ୍ଡଳୀର କୃଷକ ସମାଜର ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ନିବେଦନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ସଂଯୋଜକ ଜଗନ୍ନାଥ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସରୋଜ ମଲ୍ଲିକ, ରାଜ୍ୟ ମୁଖପାତ୍ର ପତଞ୍ଜଳୀ କରଶର୍ମା ଯୋଗ ଦେଇ ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିର ଦୃଢ ସମାଲୋଚନା କରିବା ସହିତ କୃଷକ ବର୍ଗର ଉତ୍‌ଥାନ ପାଇଁ ସଂକଳ୍ପବଦ୍ଧ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ହାତ ମୁଠାକୁ ଟାଣ କରିବାକୁ ଆହ୍ୱାନ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ