ବିଜେପି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ପାଳିତ

ବୁଗୁଡା,(ଅନିଲ କୁମାର ମହାରଣା): ବୁଗୁଡା ବ୍ଲକ ଓ ନଗର ବିଜେପି ପକ୍ଷରୁ ଡିସେମ୍ବର ୨୫ ତାରିଖ ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଦିବସକୁ ସୁଶାସନ ଦିବସ ଭାବେ ପାଳନ କରାଯାଇଛି। ବୁଗୁଡା ବିଜେପି କାର୍ଯ୍ୟାଳୟରେ ପୂର୍ବତନ ନଗର ବିଜେଡି ସଭାପତି ଆଡଭୋକେଟ ହର ପ୍ରସାଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ଅଟଳଜୀ ଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଓ ପୁଷ୍ପ ପ୍ରଦାନ ପରେ ଗୁଣଗାନ କରାଯାଇ ଉତ୍ତମ ଶାସନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ତ୍ରିଲୋଚନ ସାହୁ, ଅଭୟ ପ୍ରସାଦ ପାଣିଗ୍ରାହୀ, ପଞ୍ଚାନନ ସାହୁଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା ଓ କର୍ମୀ ଅଂଶ ଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ