ବିଜେପି ପକ୍ଷରୁ ବ୍ଲକ ଘେରାଉ
ଭଣ୍ଡାରିପୋଖରୀ, ( ଦୁର୍ଯ୍ୟଧନ ଲେଙ୍କା) : ଶିକ୍ଷୟତ୍ରୀ ମମିତା ମେହର ହତ୍ୟା ଘଟଣାରେ ଆଜି ଭଣ୍ଡାରିପୋଖରୀ ବିଜେପି ପକ୍ଷରୁ ବ୍ଲକ ଘେରାଉ ହେବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଅବସରରେ ଦଳୀୟ କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରିବା ପରେ ବ୍ଲକ ସାମ୍ନାରେ ବିଜେପି କର୍ମୀ ମାନେ ଏକତ୍ରିତ ହୋଇ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏଥିରେ ନିର୍ବାଚନ ମଣ୍ଡଳୀ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବଦ୍ରିନାରାୟଣ ଧଳ ଯୋଗଦେଇ ମମିତା ମେହର ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କରିଥିଲେ । ଏହାଛଡା ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ଶ୍ରୀ ଧଳ ବକ୍ତବ୍ୟ ମାଧ୍ୟମରେ କହିଥିଲେ। ଅନ୍ୟତମ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଭିମନ୍ୟୁ ସେଠୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଟୁ ସମାଲୋଚନା କରିଥିଲେ । ଏହାପରେ କର୍ମୀ ମାନେ ବ୍ଲକ ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥିରେ ଉପାଧ୍ୟକ୍ଷ ସତ୍ୟବ୍ରତ ଦାସ, ମଣ୍ଡଳ ସଭାପତି ଗିରିଶ ଚନ୍ଦ୍ର ସାମଲ, ପ୍ରଫୁଲ୍ଲ ସାହୁ, ମୁକୁନ୍ଦ ମଲ୍ଲିକ, ନିର୍ମଳ କର, ଜଗବନ୍ଧୁ ଦାସ, ରଘୁନାଥ ଦ୍ବିବେଦୀ , ସୁରେଶ ସାମଲ, ପ୍ରତାପ ଦ୍ୱିବେଦୀ, ରୁକ୍ମଣୀ ଦାସ, କରୁଣାକର ସାହୁ, ଦେବେନ୍ଦ୍ର ଜେନା, ଶିବାନୀ ସ୍ୱାଇଁ, ଅନ୍ତର୍ଯ୍ୟାମୀ ସାହୁ, ଶିବାନନ୍ଦ ସାହୁ ପ୍ରମୁଖ ଶତାଧିକ କର୍ମୀ ଅଂଶ ଗ୍ରହଣ କରିଥିଲେ। ପରିଶେଷରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନାଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା ।