ବିଜେପି ପୂର୍ଣ୍ଣାଙ୍ଗ କମିଟି ବୈଠକ

ବାଲେଶ୍ୱର, (ସରୋଜ ପଣ୍ଡା):ବିଜେପି ବାଲେଶ୍ୱର ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ପୂର୍ଣ୍ଣାଙ୍ଗ କମିଟି ବୈଠକ ସ୍ଥାନୀୟ ଭେନିୟା ପାରାଡ଼ାଇଜ କଲ୍ୟାଣ ମଣ୍ଡପରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଆଗାମୀ ସାଧାରଣ ନିର୍ବାଚନକୁ ଗୁରୁତ୍ୱ ଦେଇ ଜିଲ୍ଲାର ସାଂଗଠନିକ ବିକାଶ ଓ ରଣନୀତି ପ୍ରସ୍ତୁତ ସମ୍ପର୍କରେ ଏହି ବୈଠକରେ ଆଲୋଚନା କରାଯାଇଥିଲା । ଜିଲ୍ଲା ପ୍ରଭାରୀ ତଥା ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ପ୍ରମୁଖ ଏଥିରେ ଯୋଗଦେଇ ଦଳର ସଫଳତା ପାଇଁ ଭଦେଭାବ ଭୁଲି ସଂଗଠନକୁ ଆଗକୁ ନେବା ପାଇଁ ଆହ୍ୱାନ ଦେଇଥିଲେ । ଜିଲ୍ଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା ଓ ଇଶ୍ୱର ଚନ୍ଦ୍ର ବେହେରା ସଭାର୍କ୍ୟା ପରିଚାଳନା କରିଥିଲେ । ଜିଲ୍ଲା ଉପସଭାପତି କମଳଲୋଚନ ଦାସ ଓ କରୁଣାକର ପଣ୍ଡା ସଭାକାର୍ଯ୍ୟ ସହଯୋଗ କରିଥିଲେ । ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ସ୍ୱାଗତ ଭାଷଣରେ ସମସ୍ତଙ୍କୁ ଏକତାର ସୂତ୍ରରେ ବାନ୍ଧି ହୋଇ ସାଂଗଠନିକ ଶକ୍ତିର ଅଭିବୃଦ୍ଧି ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା ସଭାପତି ଲମ୍ବୋଦର ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭଙ୍କର ମହାପାତ୍ର, ଶୋଭନା ମହାନ୍ତି, ଓ ପର୍ଶୁରାମ ବେହେରା, ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ବିଧାୟକ ପ୍ରାର୍ଥୀ ରାକେଶ ମଲ୍ଲିକ, ବିଧାୟକ ପ୍ରାର୍ଥୀ ମାନସ କୁମାର ଦତ୍ତ, ସୋର ଚେୟାରମେନ ମାଧବ ଧଡ଼ା, ସିମୁଳିଆ ବ୍ଲକ ଅଧ୍ୟକ୍ଷ ବାବାଜୀ ମଲ୍ଲିକ, ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ ମଞ୍ଚାସିନ ଥିଲେ । ଜିଲ୍ଲା ସାଧାରଣ ସମ୍ପାଦକ ସୁନୀଲ କର ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଜିଲ୍ଲା ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନ ମିଡ଼ିଆ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ