ବିଜୟ କେତନ ଉପାଧ୍ୟାୟଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
ଭୁବନେଶ୍ୱର :- ଆଇଏଏସ ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଶା ହାଇକୋର୍ଟରୁ ମିଳିଛି ଜାମିନ । ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଉପାଧ୍ୟାୟଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନି ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ । ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ତାଙ୍କର ଜାମିନ ଆବେଦନ ଖାରଜ ହେବାପରେ ସେ ଗତ ୧୪ ତାରିଖ ଦିନ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗିରଫ ପରେ ପଚରା ଉଚରା ପାଇଁ ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା । ଆଉ ଏହା ପରେ ୫ ତାରିଖ ଯାଏଁ ତାଙ୍କୁ ରିମାଣ୍ଡରେ ନେଇଥିଲା ଭିଜିଲାନ୍ସ । ତେବେ ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କର ଜାମିନ ଆବେଦନ ଖାରଜ ହୋଇଥିଲା ।


