ବିଦାୟକାଳୀନ ସମ୍ବର୍ଦ୍ଧନା ସଭା
ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ ସାନଶାସନ ପଞ୍ଚାୟତ ବଡ଼କଣ୍ଟାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅବସରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ଦାସଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶିକ୍ଷକ ପଦ୍ମଲୋଚନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ମଂଜୁବାଳା ନାୟକ, ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଚିନ୍ତାମଣି ମହାକୁଡ଼, ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ କୈଳାସ ଚନ୍ଦ୍ର ସାମଲ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଉମେଶ ଚନ୍ଦ୍ର ଜେନା, ଅନୀଲ କୁମାର ବଳ, ଅକ୍ଷୟ କୁମାର ଜେନା, ଶିକ୍ଷାବିତ ହାଡ଼ିବନ୍ଧୁ ମହାକୁଡ଼, ରଘୁନାଥ ନନ୍ଦ,ଅଧ୍ୟାପକ ବିନାୟକ ଘୋଷ, ସିଆରସିସି ଅଶୋକ କୁମାର ରାଉତ, ଝୁନାରାଣୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ବିଭିନ୍ନ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ସେବାନିବୃତ ଶିକ୍ଷକଙ୍କୁ ଅତିଥି ମାନେ ପୁଷ୍ପ ଗୁଚ୍ଛ, ମାନପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା କରିଥିଲେ। ଶିକ୍ଷୟତ୍ରୀ ରିନାରାଣୀ ମାଝୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବା ବେଳେ ଚନ୍ଦନ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।