ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ବେଲଗଡ଼ିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟତ୍ରୀ ପଦ୍ମିନୀ ବଳଙ୍କୁ ଅବସର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶିକ୍ଷାବିତ କାର୍ତ୍ତିକ ଚନ୍ଦ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସମ୍ବର୍ଦ୍ଧନା ସଭାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିଲ୍ଲୀପ କୁମାର ଓଝା, ବିନୋଦ ଚନ୍ଦ୍ର ରାଉତ, ପ୍ରଧାନ ଶିକ୍ଷୟତ୍ରୀ ସଂଧ୍ୟାରାଣୀ ଧର, ଶିକ୍ଷାବିତ ଗଣେଶ ଚନ୍ଦ୍ର ବିଶ୍ୱାଳ ପ୍ରମୁଖ ଯୋଗଦେଇ ବିଦାୟୀ ଶିକ୍ଷକଙ୍କ କର୍ମମୟୀ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ  ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀଙ୍କ ସମେତ ମେଧାବୀ ବିଦ୍ୟାର୍ଥୀ ମାନଙ୍କୁ ଅତିଥି ମାନେ ପୁଷ୍ପଗୁଚ୍ଛ ଓ ମାନପତ୍ର ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ। ଗ୍ରାମବାସୀ ମାନେ ଏଥିରେ ଯୋଗଦେଇଥିବା ବେଳେ କାର୍ଯ୍ୟକ୍ରମକୁ ଆର୍ତ୍ତବନ୍ଧୁ ଧଳ, କବିତା ମହାନ୍ତି, କେଦାର ଜେନା, ସୁବାଷ କର, ପଙ୍କଜ ରାଉତ, ରଜତ ସାହୁ, ସୁବାଶିନୀ ବାରିକ, ରଜନୀ ସାହୁ ପ୍ରମୁଖ ପରିଚାଳନା କରିଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ