ବିଦ୍ୟାଧରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ହାଟଡିହି, (ବିକାଶ ବିଶ୍ୱାଳ):କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଧରପୁର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶକୁନ୍ତଳା ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୋହନ କୁମାର ମହାନ୍ତି, ମୁଖ୍ୟ ବକ୍ତା ଭାବେ ସିଆରସିସି କେଶବ ଚନ୍ଦ୍ର କର, ସମ୍ମାନୀତ ଅତିଥି ଭାବେ ବିଶ୍ୱଜିତ୍ ରାଉତ, ସଞ୍ଜୟ କୁମାର ସ୍ବାଇଁ, ଧର୍ମପଦ ବେହେରା, ଚଗଲା ସେଠୀ, କମିଟି ସଭାପତି ନିରାକାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ଶିକ୍ଷାର ମୂଲ୍ୟବୋଧ ଉପରେ ଗୁରୁତ୍ୱାରୋପ କରିଥିଲେ l ଦିନବନ୍ଧୁ ଜେନା ଅତିଥି ପରିଚୟ ପ୍ରଦାନ କରିଥିଲା ବେଳେ ଦଶରଥ ମହାରଣା ମଞ୍ଚ ସଂଯୋଜନା କରିଥିଲେ। ଏହି ଅବସରରେ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ କୃତକାର୍ଯ୍ଯ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା l ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଧାଂଶୁ ଶେଖର ସେଠୀ ଏଵଂ ଶିକ୍ଷୟତ୍ରୀ ଲିପ୍ସା ସ୍ୱାଇଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ