ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା,(ଅନିଲ ମହାରଣା): ବୁଗୁଡା ବ୍ଲକ ଅନ୍ତର୍ଗତ ଖୋଳଖାଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୨୦ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଅତିଥି ଭାବେ ଏସଏମସି ଅଧ୍ୟକ୍ଷ ପ୍ରେମାନନ୍ଦ ବାରିକ, ଗ୍ରାମ୍ୟ କମିଟି ସଭାପତି ଜାନକୀବଲ୍ଲଭ ରାଉତ ଓ ସମିତି ସଭ୍ୟ ବିବେକାନନ୍ଦ ବାରିକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏପ୍ରିଲ ୧୭ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଥିଲା। ମେଳାକୁ ବୁଗୁଡା ବିଇଓ ପ୍ରଶନ କୁମାର ବେହେରା ଉଦଘାଟନ କରି କରୋନା ସଂକ୍ରମଣରୁ କିପରି ରକ୍ଷା ପାଇ ପାରିବା ନିଜ ବକ୍ତବ୍ୟ ରଖିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ୟୁ.ମମତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଏସଏମସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ସାହୁ, ସିଆରସିସି ସନ୍ତୋଷ କୁମାର ସାହୁ, ବରିଷ୍ଠ ଶିକ୍ଷକ ସୀତାରାମ ସେଠୀ ଅତିଥି ଭାବେ ଯୋଗଦେଇଥିଲେ। ଅତିଥି ବୃନ୍ଦ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମେଳା ପରିଚାଳନରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ