ବିଦ୍ୟାଳୟରେ ଯୁବ ଓଡ଼ିଶା ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଖୋର୍ଦ୍ଧା, (ଯୁଗାବ୍ଦ ନ୍ୟୁଜ):ଖୋର୍ଦ୍ଧା ଉପକଣ୍ଠ କେରଙ୍ଗ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ ଯୋଜନା, ଯୁବ ଓଡ଼ିଶା ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ କେରଙ୍ଗ ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ବିଦ୍ୟୁତପ୍ରଭା ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟଣ କରିଥିଲେ । ପ୍ରଥମେ ବିଭିନ୍ନ ସାଂସ୍କୃତିକ ପ୍ରତିଯୋଗୀତା ହୋଇଥିଲା । ଏହି ସାଂସ୍କୃତିକ ପ୍ରତିଯୋଗୀତାକୁ ଅଧ୍ୟାପିକା ସିତାରାଣୀ ସାମନ୍ତ ପରିଚାଳନା କରିଥିଲେ । ପରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗୀତା କରାଯାଇଥିଲା । ଏହି କ୍ରୀଡ଼ା ପ୍ରତିଯୋଗୀତାକୁ କ୍ରୀଡ଼ା ଶିକ୍ଷକ ପ୍ରଭାତ କୁମାର ପ୍ରଧାନ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ତଥା କର୍ମଚାରୀମାନେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ଆସନ୍ତା ୨୩ ଡ଼ିସେମ୍ବର ପର୍ଯ୍ୟନ୍ତ ଚାଲୁ ରହିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ