ବିଦ୍ୟାଳୟର ବାର୍ଷିକତ୍ସୋବ ପାଳିତ

ହିଞ୍ଜିଳିକାଟୁ, (ଯୁଗାବ୍ଦ ନ୍ୟୁଜ, ଶେଷଦେବ ସାହୁ): ହିଂଜିଳିକାଟୁ ପୌରାଂଚଳ ବଇଁଚବଣିଆ ପ୍ରାଥମିକ ବିଦ୍ୟାଳୟର ବାର୍ଷିକତ୍ସୋବ ଶୁକ୍ରବାର ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷୟତ୍ରୀ ସୌଦାମିନି ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ପ୍ରାକ୍ତନ ବିଦ୍ୟାଳୟ ନିରୀକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ୱନାଥ ମହାରଣା, ସିଆରସିସି ସନ୍ତୋଷ କୁମାର ଗୌଡ଼ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅଜୟ କୁମାର ପାଠି ମଂଚାସିନ ଥିଲେ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରିଶେଷରେ ବିଦ୍ୟାଳୟୀ ଛାତ୍ର, ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ କରାଯାିଥିଲା । ଅନୁରୁପ ଭାବେ ସ୍ଥାନୀୟ ବ୍ଳକ ଗଣ୍ଡଳା ଗଣେଷ ବିଦ୍ୟାପିଠରେ ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବିଷୋୟୀଙ୍କ ତତ୍ୱାବଧାନରେ ବିଦ୍ୟାଳୟର ୬୦ତମ ବାର୍ଷିକତ୍ସୋବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବେଲଗାଁ ବେଲେଶ୍ୱର ମହାବିଦ୍ୟାଳୟର ଇତିହାସ ବିଭାଗୀୟ ଅଧ୍ୟାପକ ଗୋପାଳ କୃଷ୍ଣ ଜେନା ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଭଲ ପାଠ ପଢି ସୁନାଗରିକ ହେବା ସହ ଚରିତ୍ର ମାନବ ସମାଜର ଶ୍ରେଷ୍ଠ ସମ୍ପଦ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ପ୍ରାକ୍ତନ ପ୍ରଧାନ ଶିକ୍ଷକ ଲୋକନାଥ ବିଷୋୟୀ ଓ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଇପିଲି ଋଷିୟା ମଂଚାସିନ ଥିଲେ । ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ