ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ହିଞ୍ଜିଳିକାଟୁ ପୈାରାଞ୍ଚଳ ନୂଆଁଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଶନିବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଗିତାଞ୍ଜଳି ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ବନାଥ ମହାରଣା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଶିକ୍ଷା ଅଧ୍ୟୟନ ସହ କ୍ରୀଡା ଓ ଶିଶୁର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ସର୍ବଦା ଉଦ୍ୟମ ଜାରି ରଖିବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନୀତ ଅତିଥି ଭାବେ ସମାଜସେବୀ ସୁବାଷ ଚନ୍ଦ୍ର ଗୈାଡ ଓ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପଙ୍କଜ ପଟ୍ଟନାୟକ ମଞ୍ଚାସିନ ଥିଲେ। ଶିକ୍ଷୟତ୍ରୀ ବି. ଗୈାରୀ ସ୍ବାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶିକ୍ଷୟତ୍ରୀ ଅମିତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ବହୁ ଶିକ୍ଷାର୍ଥୀ, ଅଭିଭାବକ ଓ ବିଦ୍ୟାଳୟ ପରିଚାଳନା କମିଟି ବୃନ୍ଦ ଉପସ୍ଥିତ ଥିଲେ। ଶିକ୍ଷୟିତ୍ରୀ ହରପ୍ରିୟା ଗୈାଡ ଓ ଶିକ୍ଷକ ମନୋଜ କୁମାର କାର୍ଜୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।