ବିଦ୍ୟୁତ୍ ଆଘାତରେ ଯୁବକର ମୃତ୍ୟୁ
ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ଦାସସାହିସ୍ଥିତ ଆଦିବାସୀ ସାହିର ମଙ୍ଗୁ ମୁଣ୍ଡା(୨୮)ଙ୍କର ଗୁରବାର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି । ପ୍ରକାଶ ଯେ, ସଂପୃକ୍ତ ଯୁବକ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ । ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ସେ ଜଣେ ଶ୍ରମିକ ଶ୍ରେଣୀର ତଥା ପରିବାର ରୋଜଗାରକ୍ଷମ ବ୍ୟକ୍ତି ଥିଲେ । ତାଙ୍କର ୩ ଓ ୫ ବର୍ଷର ଦୁଇଟି ପୁଅ ଅଛନ୍ତି । ସଂପୃକ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।


