ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ) : ଦିଗପହଣ୍ଡି ବ୍ଲକ ଅନ୍ତଗତ ଫାସିଗୁଡ଼ା ଗ୍ରାମର ମନୁ ପ୍ରଧାନ ନାମକ ଜଣେ ଯୁବକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ମୃତ୍ୟୁବରଣ କରିଥିବା ଜଣାପଡିଛି।  ବୁଧବାର ସକାଳେ ସେ ପାଣି ପମ୍ପ ମୋଟର ଯୋଗେ ନୂତନ ଘରେ ପାଣି ପକାଉଥିବା ବେଳେ ଅସାବଧାନତା କାରଣରୁ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦିଗପହଣ୍ଡି ପୋଲିସ ଟିମ୍ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥାନା କେଶ ନଂ.୧୫୬/୨୩ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଯାଇଥିଲା ବୋଲି ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ