ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ଗାଈଙ୍କ ମୃତ୍ୟୁ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବାରୁଅ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ସକାଳେ ହଠାତ ଗ୍ରାମର ମଝି ରାସ୍ତାରେ ବିଦ୍ୟୁତ ତାର ଛିଡି ପଡିଯିବାରୁ ସେହି ବିଦ୍ୟୁତ ତାର ସଂସ୍ପର୍ଶରେ ଆଶି ୨ଟି ଗାଈଙ୍କ ମୃତ୍ୟୁ ହୋଇଯାଇଥିବା ଜଣାପଡିଛି । ବିଦ୍ୟୁତ ବିଭାଗର ଖାମଖିଆଲି ମନୋଭାବ ଓ ଅପରିଣାମଦର୍ଶିତା ପାଇଁ ଏଭଳି ଅଭାବନୀୟ ଘଟଣା ଘଟିଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି । ବିଦ୍ୟୁତ ତାର ସମ୍ପର୍କରେ ପୂର୍ବରୁ ଗ୍ରାମବାସୀଙ୍କ ପକ୍ଷରୁ ବିଭାଗୀୟ ଅଧିକାରୀ ଓ ଜିଲ୍ଲାପାଳଙ୍କ ନିକଟରେ ବାରମ୍ବାର ଅଭିଯୋଗ କରାଯାଇଥିଲେବି କୈାଣସି ପଦକ୍ଷେପ ଗ୍ରହଣ କରାନଯିବାରୁ ଆଜି ଏଭଳି ପରିସ୍ଥିତି ଉପୁଜିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ନିକିରାଇ ଥାନା ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ କରୁଥିବା ସୂଚନା ମିଳିଛି ।