ବିଧାନସଭା ପରିସରରେ କୋଭିଡ୍ ଟେଷ୍ଟ ଆରମ୍ଭ
ଭୁବନେଶ୍ୱର, ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ରବିବାର ଠାରୁ ସମସ୍ତ ସଦସ୍ୟ , ସେମାନଙ୍କ ଡ୍ରାଇଭର ଓ ବ୍ୟକ୍ତିଗତ କର୍ମଚାରୀଙ୍କ ସମେତ ବିଧାନସଭା କର୍ମଚାରୀ ,ଅଧିକାରୀ ଓ ସାମ୍ବାଦିକ ମାନଙ୍କର ଆରଟିପିସିଆର ଟେଷ୍ଟ କରାଯାଇଛି । ମନ୍ତ୍ରୀ ଓ ବିଧାୟକମାନଙ୍କର କୋଭିଡ୍ ସହ ଆଂଟିବଡି ମଧ୍ୟ ପରୀକ୍ଷା କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ସ୍ୱଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ । ଅଗଷ୍ଟ ୨୯,୩୦ ଏବଂ ୩୧ ତାରିଖ ଦିନ ପୂର୍ବାହ୍ନ ୮.୩୦ରୁ ଅପରାହ୍ନ ୧.୩୦ ଏବଂ ଅପରାହ୍ନ ୩ ଟା ରୁ ୫ଟା ପର୍ଯ୍ୟନ୍ତ ୨ ଟି ପର୍ଯ୍ୟାୟରେ କୋଭିଡ୍ ଟେଷ୍ଟ ହେବ । କୋଭିଡ୍ ନେଗେଟିଭ ଥିବା ବିଧାୟକ ଓ ଅଧିକାରୀମାନଙ୍କୁ ହିଁ ବିଧାନସଭା ମଧ୍ୟରେ ପ୍ରବେଶ କରିବା ପାଇଁ ଅନୁମତି ଦିଆଯିବ । ସମସ୍ତ ବିଧାନସଭା ସଭ୍ୟ, ସେମାନଙ୍କର ବ୍ୟକ୍ତିଗତ କର୍ମଚାରୀ, ବିଧାନସଭା ସଚ୍ଚିବାଳୟର ଅଧିକାରୀ ଓ କର୍ମଚାରୀ ଯେଉଁମାନେ ଥରେ ହେଲେ କୋଭିଡ ଟିକା ନେଇନାହାଁନ୍ତି ସେମାନଙ୍କୁ ବିଧାନସଭା ଭିତରେ ପ୍ରବେଶ କରିବା ପାଇଁ ଅନୁମତି ଦିଆଯିବ ନାହିଁ ।


