ବିଧାୟକଙ୍କ ଦ୍ଵାରା ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ

ବୁଗୁଡା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ଭାମଶ୍ୟାଳି ଗ୍ରାମରେ ନଭେମ୍ବର ୧୭ ତାରିଖ ଦିନ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଏକ ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ଅନ୍ୟ ଏକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିବା ଜଣାପଡିଛି। ବିଧାୟକ ଶ୍ରୀ ସାହୁ ଭାମଶ୍ୟାଳି ଗ୍ରାମର କୁମ୍ଭାର ସାହି କୋଠ ଗୃହକୁ ଉଦଘାଟନ କରିଥିବା ବେଳେ ବାଣାୟତ ଓଡ଼ିଆ ସମାଜ ଗୃହ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକଙ୍କ ସମେତ ଗ୍ରାମବାସୀ ବୃନ୍ଦ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ