ବିଧାୟକଙ୍କ ଦ୍ଵାରା ଉପ ବଜାର ପ୍ରାଙ୍ଗଣ ଉଦଘାଟିତ

ବୁଗୁଡା, (ଅନିଲ ମହାରଣା ): ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଷୋହଳ ମଇଲ ଛକ ନିକଟରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ଦ୍ୱାରା ନିର୍ମିତ ଉପ ବଜାର ପ୍ରାଙ୍ଗଣ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ ଦ୍ୱାରା ସେପ୍ଟେମ୍ବର ୫ ତାରିଖ ରବିବାର ଦିନ ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଉପ-ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଓ ସମ୍ମାନିତ ଅତିଥି ଭାବେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଦୀନବନ୍ଧୁ ଗୌଡ଼ ଓ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା, ଗଞ୍ଜାମ ଜିଲ୍ଲା ବିଜେଡି ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ଅଧିବକ୍ତା ରବୀନ୍ଦ୍ର କୁମାର ପଣ୍ଡା, ବୁଗୁଡା ଏନଏସି ର ପୂର୍ବତନ ଉପନଗରପାଳ ଚିତ୍ରସେନ ପ୍ରଧାନ, ବିଧାୟକଙ୍କ ପ୍ରତିନିଧି କେ.ତ୍ରିଲୋଚନ ଦୋରା, ସାଂସଦ ପ୍ରତିନିଧି ଧୋବା ସ୍ବାଇଁ, ଖୋଲଖାଳି ସରପଞ୍ଚ ସୂର୍ଯ୍ୟମଣି ଗୌଡ଼, ସମିତି ସଭ୍ୟ ବିବେକାନନ୍ଦ ବାରିକ, ସୁନୀଲ କୁମାର ପାଢୀ, ରାଖଲ ଦାସ, କାହ୍ନୁ ଚରଣ ଭୂୟାଁ, ପଦ୍ମ ଚରଣ ସିଂ ପ୍ରମୁଖ ବହୁ ବିଶିଷ୍ଠ ବ୍ୟକ୍ତି ଯୋଗଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ