ବିଧାୟକଙ୍କ ଦ୍ୱାରା ମୁକ୍ତା ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ସଭା ଗୃହରେ ଓଡିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ମୁକ୍ତା ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅଗଷ୍ଟ ୨୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କୁ ମୁକ୍ତା ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଏହାଦ୍ୱାରା ମହିଳାମାନେ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକ କରି ରୋଜଗାର କ୍ଷମ ହୋଇପାରିବେ। କାର୍ଯ୍ୟକ୍ରମରେ ପୋଲସରା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଶୁଭମ୍ ବେହେରା ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ସାଂସଦ ପ୍ରତିନିଧି ମୋତିରାମ ସାହୁ, ବିଧାୟକ ପ୍ରତିନିଧି ପ୍ରଫୁଲ କୁମାର ପ୍ରଧାନ ଯୋଗଦେଇଥିଲେ। ଏନଏସି କାଉନସିଲର ବୃନ୍ଦ, ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ବୃନ୍ଦ ଓ ସହରର ଜନସାଧାରଣ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ