ବିଧାୟକ ପ୍ରତିନିଧିଙ୍କ ସମୀକ୍ଷା ବୈଠକ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) :ଭଣ୍ଡାରିପୋଖରୀ ବ୍ଲକ ବିଜେଡି କାର୍ଯ୍ୟାଳୟ ଠାରେ ବିଭିନ୍ନ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମୀକ୍ଷା ବୈଠକରେ ରାଜ୍ୟ ବିଜେଡି ସମ୍ପାଦକ ତଥା ବିଧାୟକ ଙ୍କ ପ୍ରତିନିଧି ପ୍ରୟାସ କାନ୍ତି ସାମଲ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡ଼ିକୁ ଗରିବ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଦିଗରେ ସମସ୍ତେ କାର୍ଯ୍ୟ କରିବାକୁ ଶ୍ରୀ ସାମଲ ବରିଷ୍ଠ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ । ଏଥିରେ ସାଂସଦ ପ୍ରତିନିଧି ଲଳିତ କୁମାର ରାଉତ, ଜିଲ୍ଲା ପରିଷଦ ସଭ୍ୟ ଉତ୍କଳ କେଶରୀ ମହାନ୍ତି, ବିଜେଡି ନେତା ଦେବେନ୍ଦ୍ର ଦାସ, ସତ୍ୟାନନ୍ଦ ମହାପାତ୍ର, ହେମନ୍ତ ଜେନା, ସୁଶାନ୍ତ ମଲିକ ପ୍ରମୁଖ ଉପସ୍ଥିତ ଥିଲେ ।