ବିଧାୟକ ଶ୍ରୀକାନ୍ତ ସାହୁଙ୍କ ସମୀକ୍ଷା ବୈଠକ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ବ୍ଲକ୍ ସଭା ଗୃହରେ ଜୁଲାଇ ୨୧ ତାରିଖ ଦିନ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । ପୋଲସରା ବ୍ଲକ୍ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ବିଡ଼ିଓ ଧର୍ମରାଜ ପରିଡା, ସହକାରୀ ଯନ୍ତ୍ରୀ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ,ବିକ୍ରମ କୁମାର ନାୟକ ଓ ଝୁନୁ ଦାସ ଏବଂ ସରପଞ୍ଚ, ସମିତି ମେମ୍ବର ଓ ସରକାରୀ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ