ବିନୋଦିନି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୨.୦ ଅଭିଯାନ  

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ର ଓ ବିନୋଦିନି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୨.୦ ଏବଂ ସାଇକେଲ ର‌୍ୟାଲି ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ ଉଦ୍‌ଘାଟନ କରିଥିବା ବେଳେ ଉଚ୍ଚ ମଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ ଓ ୫୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ । କ୍ରୀଡା ଶିକ୍ଷକ ଆର୍‌. ସାନମୁଖା ରାଓ ପିଲାମାନଙ୍କର ତତ୍ୱାବଧାନ କରିଥିଲେ ଜାତୀୟ ସେବା ଯୋଜନାର ପରିଚାଳକ ସୀତାରାମ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ, ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ବିଜୟ କୁମାର ମହାପାତ୍ରଙ୍କ ପ୍ରାୟୋଜିତ କ୍ରମେ ଗୁମ୍ମା ବ୍ଲକର ନେହେରୁ ଯୁବ କେନ୍ଦ୍ରର ବିଜୟ କୁମାର ଗୌଡ ଓ ଭାସ୍କର ଘାଣ୍ଟାଙ୍କ ପରିଚାଳନାରେ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ