ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିରେ ସାଂସଦ ଓ ବିଧାୟକଙ୍କ ମାଲ୍ୟାର୍ପଣ

କେନ୍ଦ୍ରାପଡା,(ଯୁଗାବ୍ଦ ନ୍ୟୁଜ୍‌): ରାଜ୍ୟ ସ୍ତରୀୟ ବିଜୁ ପଟ୍ଟନାୟକ ଫୁଟବଲ ଟୁର୍ଣ୍ଣାମେଂଟରେ ଅତିଥି ଭାବେ ଯୋଗଦେବାକୁ ଆସିଥିବା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଓ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ଉତ୍ସବ ଶେଷରେ ଆନନ୍ଦ ମାର୍ଗରେ ଥିବା ଦୁଃଖିନୀ କନିକା ପୁସ୍ତକର ଲେଖକ, ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ, ବ୍ଲକ ବିଜେଡି ସଭାପତି ଆଲୋକ ସାହୁ, ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ଦାଶ, ସରକାରୀ ଓକିଲ ସଞ୍ଜୟ କୁମାର ଜେନା, ଶେଷଦେବ ଦାସ, ନିରଞ୍ଜନ ବଳ, କରୁଣାକର ଦାସ, କିଶୋର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ