ବିପ୍ଳବୀ କବି ରବି ସିଂଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,(ଯୁଗାବ୍ଦ ନ୍ୟୁଜ୍‌): ଓଡିଆ ସାହିତ୍ୟ ଜଗତର ଖ୍ୟାତନାମା ତଥା ବିପ୍ଳବୀ କବି ରବି ସିଂଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଥିବା ପ୍ରଧାନ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡିଆ ସାହିତ୍ୟ ଜଗତର ବିପ୍ଳବୀ କବି ରବି ସିଂଙ୍କ ଦେହାବସାନ ଖବର ଶୁଣି ଦୁଃଖିତ । ତାଙ୍କ ବିୟୋଗରେ ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦଗତି କାମନା କରୁଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ