ବିବେକାନନ୍ଦ ଜୟନ୍ତୀ ପାଳନ ଓ ନଗର ପରିକ୍ରମା

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଆଡ଼ମ୍ବର ସହିତ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ସାମିଲ୍ ହୋଇଥିବା ବେଳେ ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଭାରତମାତା ଓ ସ୍ୱାମୀ ବିବେକାନନ୍ଦଙ୍କ ବେଶରେ ନଗର ପରିକ୍ରମା କରାଯାଇଥିଲା। କାର୍ଯ୍ୟକ୍ରମରେ ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ଓ ବହୁ ଅଭିଭାବକ ମାନେ ସାମିଲ ହୋଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ