ବିବେକାନନ୍ଦ ବେଦମତୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବାଲେଶ୍ୱର: ମାଣିଖମ୍ବସ୍ଥିତ ବିବେକାନନ୍ଦ ବେଦମତୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଉପଦେଷ୍ଟା ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉତ୍ସବକୁ ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ସ୍ୱାମୀ ବିବେକାନନ୍ଦଙ୍କର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଏକ ବଳିଷ୍ଠ ରାଷ୍ଟ୍ର ଗଠନ ନିମନ୍ତେ ଆଗେଇ ଆସିବାକୁ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ କରିଥିଲେ । ମୁଖ୍ୟବକ୍ତା ଭାବେ ଦୈନିକ ସମ୍ବାଦପତ୍ର ସମାଜର ଉତ୍ତର ଓଡିଶା ସଂସ୍କରଣର ଡେସ୍କ ଇନ୍‌ଚାର୍ଜ ଶଶୀରଞ୍ଜନ ମଲ୍ଲିକ ଆଜିର ଛାତ୍ରଛାତ୍ରୀ ଆଗାମୀ କାଲିର ରାଷ୍ଟ୍ରର କର୍ଣ୍ଣଧାର ଏବଂ ଏହିମାନଙ୍କୁ ସୁନାଗରିକ ଭାବେ ଗଢ଼ି ତୋଳିବାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ପିତା ମାତାଙ୍କର ଗୁରୁ ଦାୟିତ୍ୱ ଅଛି ବୋଲି ବକ୍ତବ୍ୟରେ କହିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସମାଜସେବୀ ସୁଜୀତ୍ ଦେବ ବିଦୟାଳୟର ଶିକ୍ଷାଦାନ ଓ ପରମ୍ପରାକୁ ଭୂୟିୟସୀ ପ୍ରଶଂସା କରିବା ସହିତ ଆଗାମୀ ଦିନରେ ବିଦ୍ୟାଳୟର ସୁନାମକୁ ଅଧିକ ଗୌରବମୟ କରିବା ପାଇଁ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଗୟାଧର କର ବାର୍ଷିକ ବିବରଣୀ ପାଠ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ଆରତୀ ବର୍ଦ୍ଧନ ଅତିଥିମାନଙ୍କୁ ମଞ୍ଚକୁ ଆହ୍ୱାନ କରିବା ସହିତ ମଞ୍ଚ ପରିଚାଳନା କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଶେଷରେ ଶିକ୍ଷୟିତ୍ରୀ ସାବାନା କାଦ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଏହାପରେ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହାକୁ ଶିକ୍ଷୟିତ୍ରୀ ସୋନାଲି ଆଶ୍‌, ସ୍ନେହଲତା ସାହୁ, ସାବାନା କାଦ୍ରୀ, ଆରତୀ ବର୍ଦ୍ଧନ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷୟିତ୍ରୀ ଇନ୍ଦିରା ମାଝୀ, ସ୍ୱସ୍ତିକ କର, ଅର୍ଚ୍ଚନା ବାରିକ, ସେବୀକା ଶକୁନ୍ତଳା ଓ ପଦ୍ମା ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ