ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକୋତ୍ସବ ଅନୁଷ୍ଠିତ
ନିମାପଡ଼ା,(ସନ୍ତୋଷ କୁମାର ଦାଶ): ପୁରୀ ଜିଲ୍ଲା ନୟାହାଟ ନିକଟସ୍ଥ ସୋରଭା ପଞ୍ଚାୟତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର ବାର୍ଷିକୋତ୍ସବ ଜହ୍ନିବାଲିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ଅତିଥି ଭାବେ ବରିଷ୍ଠ ଶିକ୍ଷାବିତ୍ ଶ୍ରୀକାନ୍ତ ସାମନ୍ତରାୟ, ପୁର୍ବତନ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦାସ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଞ୍ଜନ ରାଉତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପଦ୍ମ ଚରଣ ଲେଙ୍କା, ଶିକ୍ଷା ବିକାଶ ସମିତି ସମ୍ପାଦକ ସୁରେଶ ଚନ୍ଦ୍ରସାମନ୍ତରାୟ, ଶିକ୍ଷାବିତ୍ ଭୋଳାନାଥ ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରା ଯାଇଥିଲା।ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ଛାଟୋଇ ବିଦ୍ୟାଳୟର କୃତିତ୍ୱ ଓ ଆବଶ୍ୟକତା ଉପରେ ବାର୍ଷିକ ବିବରଣୀ ପଠନ କରିଥିଲେ। ପରେ ପରେ ବିଦ୍ୟାଳୟ ର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇ ପୁରସ୍କୃତ କରା ଯାଇଥିଲା। ଶେଷରେ କୁନି କୁନି ପିଲାଙ୍କ ଦ୍ଵାରା ଆକର୍ଷଣୀୟ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି ଉତ୍ସବରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଙ୍କ ସହ ଅଭିଭାବକ ଓ ସ୍ଥାନୀୟ ଲୋକମାନେ ଯୋଗଦେଇ ପିଲାଙ୍କୁ ଉତ୍ସାହିତ କରିଥିଲେ।