ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ପ୍ରକଳ୍ପ ନିର୍ଦ୍ଦେଶକ

ଛତ୍ରପୁର, (ଦେବଦତ୍ତ ମହାରଣା):ସୋମବାର ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ (ଡୁଡା ପିଡି) ସଚ୍ଚିଦାନନ୍ଦ ନାୟକ ଛତ୍ରପୁର ଏନଏସି କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରି ଚାଲିଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଛତ୍ରପୁର ଏନଏସିରେ ଚାଲିଥିବା ପରିମଳନ କାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରିଛନ୍ତି । ଏହା ସହିତ କାର୍ଯ୍ୟାଳୟକୁ ଆସୁଥିବା ସମସ୍ତ ଲୋକଙ୍କୁ ଉତ୍ତମ ସେବା ପ୍ରଦାନ କରିବା ନିମନ୍ତେ ମଧ୍ୟ ଶ୍ରୀ ନାୟକ ଉପସ୍ଥିତ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ପରିଦର୍ଶନ ବେଳେ ଛତ୍ରପୁର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଉମାକାନ୍ତ ନାୟକଙ୍କ ସମେତ ବହୁ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ