ବିଭିନ୍ନ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଲକ୍ ର ବିଭିନ୍ନ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ବ୍ଳକ୍ ଅନ୍ତର୍ଗତ ହରିହର ସାହି ପ୍ରାଥମିକ ବିଦ୍ୟାଳୟରେ ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ପୂର୍ବତନ ସରପଞ୍ଚ ମହନ୍ତ ରାମକୃଷ୍ଣ ଦାସ, ସିଆରସିସି ମଧୁସୂଦନ ସେଠୀ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରତାପ ଚନ୍ଦ୍ର ଶତପଥୀ,ଧାନପୁଞ୍ଜା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାଲକୃଷ୍ଣ ସାବତ, ପରିଚାଳନା କମିଟି ସଭାପତି ଶିବରାମ ଗୌଡ଼ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ବିତରଣ କରିଥିଲେ I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅଭାଗୀନୀ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ରଥ ଧନ୍ୟବାଦ ଜ୍ଞାପନ କରିଥିଲେ I ସେହିପରି ଗାଙ୍ଗପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ସ୍ଥାନୀୟ ସରପଞ୍ଚ ସବିତା କୁମାରୀ ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ରୋଜିତା ଗୌଡ଼, ସମାଜସେବୀ କାହ୍ନୁ ଚରଣ ସ୍ଵାଇଁ,ବରିଷ୍ଠ ସିଆରସିସି ନିରଞ୍ଜନ ପରିଡ଼ାଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟାଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ କରାଯାଇଥିଲା I ପ୍ରଧାନ ଶିକ୍ଷୟିତ୍ରୀ ଅଳକା ପଣ୍ଡା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ପ୍ରଭାତ କୁମାର ମିଶ୍ର, ଶିକ୍ଷୟିତ୍ରୀ ଯାଜ୍ଞସେନୀ ପ୍ରଧାନ, ଗୀତାଞ୍ଜଳୀ ରଥ ପ୍ରମୁଖ ସହଯୋଗ କରିଥିଲେ I ଶିକ୍ଷକ ପ୍ରଭାକର ବିଷୋୟୀ ଧନ୍ୟବାଦ ଜ୍ଞାପନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ