ବିଭିନ୍ନ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ବିଦ୍ୟାଳୟରେ ଚଳିତ ବର୍ଷର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ବେଲଗୁଣ୍ଠା ବ୍ଳକ୍ ବଡ଼ ସାଦରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଷ୍ଣୁପ୍ରସାଦ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ସରପଞ୍ଚ ସତ୍ୟବାନ ସ୍ୱାଇଁ,ଗ୍ରାମ୍ୟ ପରିଚାଳନା କମିଟି ସଭାପତି ଦାମୋଦର ବେହେରାଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ମାନେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରିଥିଲେ I କାର୍ଯ୍ୟକ୍ରମରେ ଅନୁଷ୍ଠାନର ସହକାରୀ ଶିକ୍ଷକ ଅଶୋକ କୁମାର ବେହେରା, ପରମାନନ୍ଦ ନାୟକ ସହଯୋଗ କରିଥିଲେ ଏବଂ ଶିକ୍ଷକ ରାମଚନ୍ଦ୍ର ଗୌଡ଼ ଧନ୍ୟବାଦ ଜ୍ଞାପନ କରିଥିଲେ I ସେହିପରି ପ୍ରଧାନ ଶିକ୍ଷୟିତ୍ରୀ ସୁଚରିତା ଗୌଡ଼ଙ୍କ ଅଧ୍ୟକ୍ଷତାରେ ଇନ୍ଦନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗଙ୍ଗାଧର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଖଇରପୁଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଶିଶିର କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ କୁମୁଣ୍ଡି ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଚଳିତ ବର୍ଷର ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବିଭିନ୍ନ ବିଦ୍ୟାଳୟର ପୋଷାକ ବିତରଣ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାର୍ତ୍ତିକେୟ ସେଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ