ବିରଞ୍ଚିପୁର ଓ ବାଲିପଦର କ୍ଳଷ୍ଟରରେ ସୁରଭି ୨୦୨୪

ବୁଗୁଡା,(ଅନିଲ କୁମାର ମହାରଣା) : ବୁଗୁଡା ବ୍ଳକର ବିରଞ୍ଚିପୁର ଓ ବାଲିପଦର କ୍ଳଷ୍ଟରରେ ସେପ୍ଟେମ୍ବର ୨୭ ତାରିଖ ଦିନ କ୍ଳଷ୍ଟର ସ୍ତରୀୟ ସୁରଭି ୨୦୨୪ ଅନୁଷ୍ଠିତ ହୋଇଯାଇଛି। ବିରଞ୍ଚିପୁର କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବି.କରଡ଼ାବାଡି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିବା ବେଳେ କରଚୁଲି ହାଇ ସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବିରଞ୍ଚିପୁର କ୍ଳଷ୍ଟର ସିଆରସିସି ଦେବଦତ୍ତ ମହାନ୍ତି ସଂଯୋଜନା କରିଥିଲେ। ସେହିପରି ବାଲିପଦର କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ବାଲିପଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶର୍ମିଳା ରାଣୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ବାଲିପଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରିନ୍ସପାଲ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଯୋଗଦେଇଥିଲେ। ସିଆରସିସି ବିଶ୍ଵଜିତ ପରିଡା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସୁରଭି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଲୁକାୟିତ ପ୍ରତିଭା ଲୋକଲୋଚନକୁ ଆଣି ଉତ୍ସାହିତ କରିବା ହେଉଛି ଏହାର ମୁଖ୍ୟ ଲକ୍ଷ। କ୍ଳଷ୍ଟର ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ବୃନ୍ଦ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ