ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବିଜ୍ଞାପିତ ଅଞ୍ଚଳରେ ପ୍ରତିଷ୍ଠିତ ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ “ଆଶା ୨୦୨୩” ଫେବୃୟାରୀ ୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଆଶା ୨୦୨୩ ରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତଭାବେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରି, ଗଞ୍ଜାମ ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନର ଜିଲ୍ଲା ଅନୁସୂଚିତ ଜନଜାତି ସଂଯୋଜକ ଡ଼ଃ ସରୋଜ ମୋହନ ପାଳ, ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ କବିବର ପ୍ରଧାନ, ଚନ୍ଦନ ଏଜୁକେସନାଲ ଆଣ୍ଡ ଚାରିଟାବଲ ଟ୍ରଷ୍ଟର ଅଧ୍ୟକ୍ଷ ଏ.ଚନ୍ଦନ ଚର୍ଚ୍ଚିତ ପାତ୍ର, ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ସମାଜସେବୀ କେ.ନୀଳମାଧବ ଆଚାରି ଓ ସୁଧାଂଶୁ ଶେଖର ପାଢ଼ୀ ଯୋଗଦେଇଥିଲେ। ବିରଞ୍ଚି ନାରାୟଣ ପବ୍ଲିକ ସ୍କୁଲର ପ୍ରିନ୍ସପାଲ ବାଳଗୋପାଳ ଶତପଥି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ଅନୁଷ୍ଠାନର ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ସାହୁ ଉତ୍ତମ ନାଗରିକ ହେବାପାଇଁ ବିଭିନ୍ନ ପରାମର୍ଶ ଦେବାସହ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀନାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ