ବିରିପୁର ବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ ଓ ପୋଷାକ ବଣ୍ଟନ ମେଳା

ପୋଲସରା (ଅନିଲ କୁମାର ମହାରଣା) ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ବାର୍ଷିକ ଉତ୍ସବ ଓ ପୋଷାକ ବଣ୍ଟନ ମେଳା ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ବ୍ଲକ ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ପୋଲସରା ବିଇଓ ତ୍ରିଲୋଚନ ତ୍ରିପାଠୀ ଯୋଗଦେଇଥିଲେ। ପ୍ରଧାନ ଶିକ୍ଷକ ଅଧ୍ୟକ୍ଷତା କରିଥିବା ବେଳେ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିବା ସହ ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ