ବିରିପୁର ରେ ବିଜେଡ଼ି ର ସାଙ୍ଗଠନିକ ବୈଠକ ଓ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ଗ୍ରାମରେ ସେପ୍ଟେମ୍ବର ୪ ତାରିଖ ଦିନ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହେବା ସହ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ସାଙ୍ଗଠନିକ ବୈଠକରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଶ୍ରୀ ସାହୁ ଯୋଗଦେଇ ବିଜୁ ଜନତା ଦଳକୁ ସୁଦୃଢ଼ କରିବା ପାଇଁ ପରାମର୍ଶ ଦେଇଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ବାବୁ ଙ୍କ ନେତୃତ୍ବାଧିନ ବିଜେଡି ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ବକ୍ତବ୍ୟ ରଖିବା ସହ ସମସ୍ତ ସକ୍ରିୟ କର୍ମୀ ଏହା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ଝୁନୁ ଦାସ ଓ ବିକ୍ରମ କୁମାର ନାୟକ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତରାଇ, ନାରିନେତ୍ରୀ ସବିତା ସାହୁ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ନାରାୟଣ ବିଷୋୟୀ, ପୀତବାସ ପ୍ରଧାନ ପ୍ରମୁଖଙ୍କ ସମେତ ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ