ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ୩ ଟି ବିଲ୍ ପାରିତ

ଭୁବନେଶ୍ୱର, ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ୩ ଟି ବିଲ୍ ପାରିତ ହୋଇଛି । ଏହି ବିଲ୍ ଗୁଡିକ ହେଲା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଲ୍ ୨୦୨୧ , ଓଡିଶା ବିନିୟୋଗ ଅଧିନିୟମ (ନିରସନ) ବିଲ୍ ୨୦୨୧ ଓ ଓଡିଶା ସହର ଯୋଜନା ଓ ଅଭିବୃଦ୍ଧି ନ୍ୟାସ (ସଂଶୋଧନ) ବିଲ୍ ୨୦୨୧ । ବିଲ୍ ପାରିତ ହେବା ପରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆସନ୍ତା ସୋମବାର ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ବିଧେୟକ ପାରିତ ହେବା ଦ୍ୱାରା କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି) ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏହା ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟରେ ନାମିତ ହେବ । ବିଜ୍ଞାନର ବିକାଶ କରାଯିବ । ସମାଜର ଉନ୍ନତି ସାଧନ ପାଇଁ ଯାନ୍ତ୍ରିକ ବିଦ୍ୟା, ପ୍ରଯୁକ୍ତି ବିଦ୍ୟା ଏବଂ ତାର ପ୍ରୟୋଗ, ସ୍ଥପିତ ବିଦ୍ୟା, ଯୋଜନା, ମ୍ୟାନେଜମେଂଟ ଓ ପ୍ରାୟୋଗିକ ବିଜ୍ଞାନ କ୍ଷେତ୍ରରେ ଶିକ୍ଷା, ଗବେଷଣା ଓ ତାଲିମକୁ ବିକଶିତ କରାଯିବ । ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଅତ୍ୟାଧୁନିକ ବିକାଶ ସମ୍ପର୍କରେ ଅବଗତ ହେବା ଲକ୍ଷ୍ୟରେ ଭାରତ ତଥା ବିଦେଶର ଖ୍ୟାତିସମ୍ପନ୍ନ ଅନୁଷ୍ଠାନ ଗୁଡ଼ିକ ସହ ଅଦାନପ୍ରଦାନ କାର୍ଯ୍ୟକ୍ରମ ସଂଗଠିତ କରାଯିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ