ବିଲ ମଧ୍ୟରୁ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର

ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଗ୍ରାମର ଲଣ୍ଡା ନାଇକ ଆଜି ସକାଳେ କୌଣସି କାମରେ ବିଲ କୁ ଯାଇଥିବା ବେଳେ ହଠାତ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଗାଁ ଲୋକେ ମୃତ ଦେହ ଦେଖିବା ପରେ ପୋଲିସ କୁ ଖବର ଦେଇଥିଲେ। ଅପରପକ୍ଷରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ କୁ ପଠାଇଛି। ତେବେ କେଉଁ କାରଣରୁ ମୃତ୍ୟୁ ଘଟିଛି ତାହା ଅସ୍ପଷ୍ଟ ଥିବା ଜଣାପଡିଛି ଏବଂ ପୋଲିସ ଏହି ଘଟଣା ର ତଦନ୍ତ କରୁଛି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ