ବିଶିଷ୍ଟ ରଙ୍ଗ ବ୍ୟବସାୟୀଙ୍କ ପରଲୋକ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ): କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ବଡହାଟ ଅଞ୍ଚଳର ବିଶିଷ୍ଟ ବ୍ୟବସାୟୀ ଦୟାନିଧି ବେହେରା(ନଙ୍ଗୁଳିବାବୁ)ଙ୍କର ୭୮ବର୍ଷ ବୟସରେ ଗତ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପୁଅ, ବୋହୁ ଓ ଆତ୍ମୀୟ ସ୍ୱଜନମାନେ ଉପସ୍ଥିତ ଥିଲେ । ବିୟୋଗ ଖବର ପାଇ ସହରର ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବାର୍ଦ୍ଧକ୍ୟଜନିତ ରୋଗରେ ସେ ଶଯ୍ୟାଶାୟୀ ଥିଲେ । ରଣପଡାସ୍ଥିତ ଶ୍ମସାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ଦିଲ୍ଲିପ ମୁଖାଗ୍ନି ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ