ବିଶ୍ୱତାରିଣୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର
ହାଟଡ଼ିହି : ବିଶ୍ୱତାରିଣୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଗତ ୧୦ତାରିଖରୁ ୨୫ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଏହି ଶିବିରକୁ ଅଧ୍ୟକ୍ଷା ସବିତା ସ୍ୱାଇଁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅଧ୍ୟାପିକା ଉଷାରାଣୀ ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଶିବରରେ ୧୨୦ଜଣ ଛାତ୍ରୀ ଅଂଶ ଗ୍ରହଣ କରିଥିବାବେଳେ ସୁଶ୍ରୀ ସୀମା ସିମନ୍ତିନୀ ସାହୁ ଛାତ୍ରୀ ମାନଙ୍କୁ ଆତ୍ମରକ୍ଷା କୌଶଳ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ । ଆଜି ଏହାର ଉଦଯାପନ ଉତ୍ସବରେ ପ୍ରଶିକ୍ଷଣ ନେଇଥିବା ଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଏହି ଶିବିରକୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ମାନେ ପରିଚାଳନା କରିଥିବାବେଳେ ଦେବେନ୍ଦ୍ର ସା ଓ ଅନାଦି ଜେନା ସହଯୋଗ କରିଥିଲେ ।